ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପିପିଲି ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ

ଭୁବନେଶ୍ବର: ପିପିଲି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ। ଏ ନେଇ ଆଜି ସକାଳୁ ପିପିଲି ବିଜେଡି କାର୍ଯ୍ଯାଳୟରୁ ଏକ ଶୋଭାଯାତ୍ରାରେ ବାହାରି ଉପ ଜିଲ୍ଲପାଳଙ୍କ କାର୍ଯ୍ଯାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପିପିଲି ବିଜେଡି କାର୍ଯ୍ଯାଳୟରୁ ବାହାରିଥିବା ଏହି ଶୋଭାଯାତ୍ରାରେ ଦଳର ବରିଷ୍ଠ ନେତା ସାମିଲ ଅଛନ୍ତି। କରୋନା କଟକଣା ମାନି ଶୋଭାଯାତ୍ରାରେ ବାହାରିଛଥିଲେ ରୁଦ୍ର ମହାରଥୀ। ଅପରପକ୍ଷରେ ପିପିଲି ପାଇଁ ବିଜେଡିର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଛି। ପଞ୍ଚାୟତ, ବ୍ଲକ୍‌ ଏବଂ ଏନ୍‌ଏସି ଦାୟିତ୍ବ ମନ୍ତ୍ରୀ ଓ ବିଧାୟକଙ୍କୁ ଦିଆସରିଛି। ଦଳର ମହିଳା, ଛାତ୍ର ଓ ଯୁବ ସାମ୍ମୁଖ୍ୟକୁ ଏଥର ଦିଆଯାଇଛି ଅଧିକ ଗୁରୁତ୍ବ ।

ପିପିଲି ଉପ-ନିର୍ବାଚନ ନେଇ ବିଜେଡି ପକ୍ଷରୁ ରୁଦ୍ରଙ୍କ ନାମ ଘୋଷଣା ପରେ ଗତ ୨୮ ତାରିଖରେ ନବୀନ ନିବାସ ଯାଇ ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରୁ ଟିକେଟ୍ ଗ୍ରହଣ କରିଥିଲେ। ତାଙ୍କ ସହ ଭଉଣୀ ଓ ଭିଣୋଇ ମଧ୍ୟ ନବୀନ ନିବାସ ଯାଇଥିଲେ। ବାପାଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବେ ବୋଲି କହିଛନ୍ତି ରୁଦ୍ର। ଚାଷୀଙ୍କ ଉନ୍ନତି, ପାନୀୟ ଜଳ, ଜଳସେଚନ ଉପରେ ଧ୍ୟାନ ଦେବେ ବୋଲି ରୁଦ୍ର କହିଛନ୍ତି। ଏଥିସହ ପରିବାରରେ ଟିକେଟ୍ ପାଇଁ ମତଭେଦ ଉପରେ ପ୍ରତିକ୍ରିୟା ରଖି ରୁଦ୍ର କହିଛନ୍ତି ଏହା ବିରୋଧୀ ଦଳର ଏକ ଚାଲ୍ । ପରିବାର ସବୁବେଳେ ଏକାଠି ଅଛି ବୋଲି କହିଛନ୍ତି ରୁଦ୍ର।

Leave A Reply

Your email address will not be published.