ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ନାମାଙ୍କନ ଭରିବେ ସମ୍ବଲପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ

ସମ୍ବଲପୁର: ସାଂସଦ ପ୍ରାର୍ଥୀ ଭାବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ନାମାଙ୍କନ ପତ୍ର ଦାଖଲ କରିବେ । ସମ୍ବଲପୁରରେ ବିରାଟ ଶୋଭାଯାତ୍ରାରେ ଯାଇ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରଣବ । ସକାଳ ୯ଟାରେ ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ଯ୍ଯାଳୟକୁ ଯିବେ ପ୍ରଣବ। ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିବେ ।

ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ । ପୂର୍ବତନ ବିରୋଧୀ ଦଳ ନେତା ସ୍ବର୍ଗତ ଅଶୋକ ଦାସଙ୍କର ପୁଅ ହେଉଛନ୍ତି ପ୍ରଣବ । ୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି । ନବୀନଙ୍କ ଆଦର୍ଶକୁ ଗ୍ରହଣ କରି ଓଡ଼ିଶାବାସୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ପ୍ରଣବ । ଏମିତିକି ମନ୍ତ୍ରୀ ପଦରୁ ନିଜେ ଇସ୍ତଫା ଦେଇ ଦଳର ସଂଗଠନ କଥା ବୁଝି ସେ ସବୁ କର୍ମୀ ଓ ନେତାଙ୍କ ପାଇଁ ଆଦର୍ଶ ପାଲଟିଥିଲ ।

ଦ୍ବିତୀୟ ଥର ବିଧାୟକ ବାବେ ବିଜୟୀ ହେବାପରେ ପ୍ରଣବଙ୍କୁ ନିଜ ମନ୍ତ୍ରୀ ମଣ୍ଡଳରେ ସାମିଲ କରିଥିଲେ ନବୀନ । ଶକ୍ତି ମନ୍ତ୍ରୀ ଭାବେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି । ପ୍ରଣବ ମଧ୍ଯ ବେଶ୍ ଦକ୍ଷତାର ସହ ଦାୟିତ୍ବ ତୁଲାଇଥିଲେ । ହେଲେ ପରବର୍ତ୍ତୀ ସମୟରେ ନିଜ ଆଡ଼ୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସେ ସଂଗଠନ କଥା ବୁଝିଥିଲେ । ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଣବଙ୍କୁ ଦଳର ସାଂଗଠନିକ ସଂପାଦକ ଭାବେ ନିଯୁକ୍ତି ଦେଇଛନ୍ତ ।

ରାଜ୍ଯର ବିଭିନ୍ନ ଅଞ୍ଚଳରେ ଦଳର ସାଂଗଠନିକ ସ୍ଥିତିକୁ ମଜବୁତ କରି ପ୍ରଣବ ସାଂଗଠନିକ ଦକ୍ଷତାର ପ୍ରମାଣ ଦେଇଛନ୍ତି । ସମ୍ବଲପୁରରେ ନିରନ୍ତର ବିକାଶ ପାଇଁ ବିଜେଡି ପ୍ରତି ସମର୍ଥନ ଅଧିକ ଥିବା ରାଜନୈତିକ ସମୀକ୍ଷକ ଆକଳନ କରୁଛି । ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କଂଗ୍ରେସରୁ ନଗେନ୍ଦ୍ର ପ୍ରଧାନ ମଇଦାନକୁ ଓହ୍ଲାଇଛନ୍ତି । ଏଣୁ କଡ଼ା ଟକ୍କର ହେବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି ।

Leave A Reply

Your email address will not be published.