ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବନ କର୍ମଚାରୀଙ୍କ ଛୁଟି ଉପରେ ଲାଗିଲା କଟକଣା

ସମ୍ବଲପୁର: ରାଜ୍ୟବ୍ୟାପୀ ଅନେକ ସ୍ଥାନରେ ଜଙ୍ଗଲ ଜଳୁଛି । ଜଙ୍ଗଲରେ ନିଆଁକୁ ଆୟତ କରିବା ପାଇଁ ରାଜ୍ୟ ସରକାର ମଧ୍ଯ ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ଜଙ୍ଗଲରେ ନିଆଁ ଲାଗିବା ଘଟଣା ପରେ ସମ୍ବଲପୁରରେ ବନ ବିଭାଗ କର୍ମଚାରୀଙ୍କ ଛୁଟି ଉପରେ କଟକଣା ଲଗାଇଛନ୍ତି ଜିଲ୍ଲା ପ୍ରଶାସନ। ଅତି ଜରୁରୀ କାମ ନ ଥିଲେ କେହି କର୍ମଚାରୀ ଛୁଟି ନେଇ ପାରିବେନାହିଁ। ଏନେଇ ଡିଏଫଓ ଡକ୍ଟର ସଞ୍ଜିତ କୁମାର ସୂଚନା ଦେଇଛନ୍ତି ।

ହୁତୁ ହୁତୁ ହୋଇ ଜଙ୍ଗଲ ଜଳୁଥିବା ବେଳେ ଏପର୍ଯ୍ଯନ୍ତ ନିଆଁକୁ ଆୟତ୍ତ କରାଯାଇ ପାରିନି । କିଏ ନିଆଁ ଲଗାଇଛି କାହିଁକି ଲଗାଇଛି ଜଣାପଡି ନ ଥିବା ବେଳେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତକୁ ଆଣିପାରିନି ବନ ବିଭାଗ କି ଅଗ୍ନିଶମ ବିଭାଗ । ଏ ନେଇ ଜିଲ୍ଲା ପ୍ରଶାସନ ଚିନ୍ତାରେ ପଡିଥିବା ବେଳେ କେମିତି ନିଆଁକୁ ଆୟତ୍ତ କରାଯିବ ସେ ନେଇ ବନ ବିଭାଗ ଚିନ୍ତା ପ୍ରକଟ କରିଛି।

Leave A Reply

Your email address will not be published.