ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୮-୦୮-୨୦୨୧ )

ମେଷ:ଦିନଟି ବ୍ୟସ୍ତ ବିବ୍ରତ ରହିବେ। ହଠାତ୍‌ ଦୂରଯାତ୍ରା କରିପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:କୌଣସି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାଇପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ଅପେକ୍ଷାର ପରିସମାପ୍ତି ଘଟିବ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଅପେକ୍ଷା କରିବାକୁ ପଡିବ। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ପ୍ରଶାସନିକ ଅଭିଯୋଗ ଆସିପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ଦିନଟି ପ୍ରସନ୍ନତା ଭିତରେ କଟିବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ସ୍ବାଭିମାନୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ।ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ହ୍ରାସ ପାଇବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଅର୍ଥଚିନ୍ତା ସହ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.