ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ (୦୬-୦୧-୨୦୨୪)

ମେଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଭଲ ସମୟ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଚାକିରିରେ ପଦୋନ୍ନତି ହୋଇପାରେ। ଛାତ୍ରଛାତ୍ରୀ ସଫଳତା ହାସଲ କରିେବ।

ବୃଷ: ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ ରହିବ। ମାନସିକ ଚାପରୁ ମୁକ୍ତି ମିଳିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମ୍‌ଜୋର ଭାବନ୍ତୁ ନାହିଁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖଶାନ୍ତି ମିଳିବ। ଆୟ ଅନୁସାରେ ବ୍ୟୟ ହେବ।

କର୍କଟ: ଆଶା କରିଥିବା ଦିଗରୁ ଲାଭବାନ ହେବେ। ପାରିବାରିକ ସୁଖ ଶାନ୍ତି ମିଳିବ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ବର୍ତ୍ତମାନ ଭଲ ସମୟ।

ଏଥିସହିତ ପଢ଼ନ୍ତୁ

ସିଂହ: ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ମାନ ସମ୍ମାନ ବୃଦ୍ଧି ପାଇବ।

କନ୍ୟା: ଆଜି ଦିନଟି ଆପଣଙ୍କ ପାଇଁ ଭଲ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ୍‌ ଖୁସି ଖବର ପାଇବେ। ଜୀବନସାଥୀଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥୀଙ୍କ ସହ ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।

ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟଣା ହେବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥୀଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।

ମୀନ: ଆଖିବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।

Leave A Reply

Your email address will not be published.