ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟ୍ରକକୁ ପଛପଟୁ ପିଟିଲା ସ୍କୁଟି: ୨ମୃତ, ୧ ଗୁରୁତର

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଫୁଲଝର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି ସ୍କୁଟି।  ଫଳକେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୨ ଯୁବକ କିଆଝର ଅଞ୍ଚଳର ମହେନ୍ଦ୍ର ଟୁଡୁ ଓ ମନ ମୁର୍ମୁ ହୋଇଥିବା ବେଳେ ଗୁରୁତର ଜଣକ କେନ୍ଦୁଝର ଜିଲ୍ଲା ହରିଚନ୍ଦନ ପୁର ଅଞ୍ଚଳର କେଶବ ମାରାଣ୍ଡି ବୋଲି ଜଣା ପଡିଛି। ଆହତଙ୍କୁ ଦାନଗଦି ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.