ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୬୫ ପ୍ଲାଟୁନ ଫୋର୍ସ, ୧୨ ଜୋନରେ ବିଭକ୍ତ ହେବ ପୁରୀ ସହର

ଭୁବନେଶ୍ୱର- ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଏଡିଜି ଆର.କେ ଶର୍ମା । ରଥଯାତ୍ରା ପାଇଁ ୬୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ । ସୁରକ୍ଷା ଦୃଷ୍ଟିରୁ ପୁରୀ ସହରକୁ ମୋଟ ୧୨ଟି ଜୋନରେ ବିଭକ୍ତ କରାଯିବ । କେବଳ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ମଧ୍ୟରେ ୪ଟି ଜୋନ୍ ହେବ । ସହରର ମୁଖ୍ୟ ପ୍ରବେଶ ପଥ ଓ ବଡଦାଣ୍ଡର ଛାତ ଉପରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ । ସେହିପରି ରଥଯାତ୍ରା ସମୟରେ ୧୦ଜଣ ଅତିରିକ୍ତ ଏସପି, ୩୧ ଜଣ ଡିଏସପି ଓ ସହକାରୀ କମାଣ୍ଡର୍ ମୁତୟନ ହେବେ । ୬୪ ଜଣ ଆଇଆଇସି ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାତି ୮ରୁ ୧୩ତାରିଖ ରାତି ୮ପର୍ଯ୍ୟନ୍ତ ପୁରୀ ସହରରେ କର୍ଫ୍ୟୁ ଜାରି କରାଯିବ ।

Leave A Reply

Your email address will not be published.