ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା

ଭୁବନେଶ୍ୱର:  ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା । ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା ପଜିଟିଭ ଥିବା ଜଣାପଡିଥିଲା । ତେବେ ବର୍ତ୍ତମାନ ବିଧାୟକ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡାକ୍ତର ।

ବିଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିଲେ । ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ କୋଭିଡ ଟେଷ୍ଟ କରିଥିଲେ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀ । ଶେଷରେ ଉଭୟଙ୍କ ଶରୀରରେ କୋଭିଡ ପଜିଟିଭ ଥିବା ନେଇ ଜଣାପଡ଼ିଛି । କୋଭିଡ ନିୟମ ଅନୁପାଳନ କରି ବର୍ତ୍ତମାନ ସେ ସଂଗରୋଧରେ ରହିବେ ବୋଲି କହିଛନ୍ତି ଡାକ୍ତର ।

Leave A Reply

Your email address will not be published.