ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

ବରଗଡ଼: ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବରଗଡ଼ ଜିଲ୍ଲା ଅମ୍ବାଭୋନା ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ ବଳରାମ କଲାରୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏକ ପୈତୃକ ସମ୍ପତ୍ତିର ଭାଗବଣ୍ଟୁଆରା ମାମଲାରେ ରିପୋର୍ଟ ପ୍ରସ୍ତୁତ କରି ଦେବା ପାଇଁ ଡୁଙ୍ଗୁରିର ନିତାଶ କୁମାର ପ୍ରଧାନଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ  ହାବୁଡ଼ରେ ଧରାପଡିଛନ୍ତି। ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ ଏ ନେଇ ଏକ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.