ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ; ୪ ମୃତ, ୯ ଜଣ ଗୁରୁତର

ଝାରସୁଗୁଡ଼ା: ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ, ୯ ଜଣ ଗୁରୁତର । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଜୁନିୟନ୍‌ ଛକରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ରହିଛନ୍ତି । ଖବର ପାଇ ଲଖନପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Leave A Reply

Your email address will not be published.