ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ

ଜେରୁଜେଲମ : ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର କାରୀ ସେବା ପକ୍ଷରୁ ଜେରୁଜେଲମ ପୂଜା ସ୍ଥଳରେ ଗୁଳି ଫୁଟିଥିବା କୁହାଯାଇଛି । ଏହି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ଇସ୍ରାଏଲ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆହତଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏହି ଘଟଣା ଶୁକ୍ରବାର ରାତି ପ୍ରାୟ ୮ଟା ୧୫ରେ(ସ୍ଥାନୀୟ ସମୟ) ହୋଇଛି । ଏହି ଆକ୍ରମଣ ପାଲେଷ୍ଟାଇନର ୱେଷ୍ଟ ବ୍ୟାଙ୍କରେ ଇସ୍ରାଏଲ ସେନାଙ୍କ ଦ୍ୱାରା ୧୦ ଜଣଙ୍କ ମୃତ୍ୟୁର ଗୋଟିଏ ଦିନ ପରେ ଘଟିଛି । ପୋଲିସ କହିଛି, ଏହି ଗୁଳିକାଣ୍ଡ ଏକ ‘ଆତଙ୍କବାଦୀ ଆକ୍ରମଣ’ । ପୋଲିସ କହିଛି ଏହି ଗୁଳିକାଣ୍ଡ ଶୁକ୍ରବାର ସନ୍ଧ୍ୟାରେ ପୂର୍ବ ଜେରୁଜେଲମର ଉତ୍ତର ଭାଗରେ ହୋଇଛି । ତେବେ ଆକ୍ରମଣକାରୀ ପୋଲିସ ଗୁଳିରେ ନିହତ ହେବା ସହ ତାଙ୍କ ନିକଟରୁ ବନ୍ଧୁକ ଜବତ କରାଯାଇଛି ।

Leave A Reply

Your email address will not be published.