ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ।ଫାଲଗୁନ କୃଷ୍ଣପକ୍ଷ ସପ୍ତମୀ ତିଥିରେ ବୁଧବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିବା ସହ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ।

ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗମଣ୍ଡପ ନୀତି ଶେଷହେବା ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର ‌ସେବକ ଭିତରେ ପ୍ରବେଶ କରିବେ।  ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ବନକଲାଗି କରାଯିବ। ବନକଲାଗି ଶେଷ ପରେ ମହାପ୍ରଭୁଙ୍କୁ ସ୍ନାନ, ବେଶ, ସନ୍ଧ୍ୟାଆଳତି, ସନ୍ଧ୍ୟାଧୂପ, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ଼ ଅନୁଷ୍ଠିତ ହେବ।

Leave a comment