ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାସ୍ତାରେ ଯାଉଥିବା ୬ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଉନ୍ନାଓ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟ୍ରକ କାର୍‌କୁ ଧକ୍କା ଦେଇ ଦ୍ରୁତ ଗତିରେ ମାଡ଼ିଆସି ରାସ୍ତାରେ ଯାଉଥିବା ଲୋକଙ୍କୁ ଚାପି ଦେଇଥିବା ଜଣା ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଟ୍ରକ୍ ଧକ୍କା ଦେଇଥିବା କାରରେ ୪ରୁ ୫ ଜଣ ଲୋକ ଫସି ରହିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇଛି। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇଁ ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.