ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀକୁ ପୁଣି ଫେରିବ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୮ହଜାର ପାର୍‌ କରିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ଯା ମଧ୍ଯ ବଢିବାରେ ଲାଗିଛି। ତେବେ ଆଜି ଖୋର୍ଦ୍ଧାରୁ ୧୮୪୦ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ପାଇଁ ଚିନ୍ତାର ବିଷୟ ପାଲଟିଛି। ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଖୁବଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ । ଯେଉଁ ଅଞ୍ଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିଭଳି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାର୍ଡ ଗଠନ ସହ ଏନ୍ଫୋର୍ସମେଣ୍ଟକୁ କଡାକଡି କରାଯିବ ବୋଲି ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି।

କ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ତ୍ୱରାନ୍ୱିତ କରାଯାଇଛି । ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବିଏମସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି । କିଛି ନିଷ୍ପତ୍ତି ହୋଇନି ତଥାପି କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ । କୋଭିଡ ସଚେତକଙ୍କୁ ସକ୍ରିୟ ସହ ଜନସମ୍ପର୍କ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି । ସପ୍ତାହନ୍ତ ସଟଡାଉନ ପୂର୍ବଦିନ ଓ ପରଦିନ ଅର୍ଥାତ ଶୁକ୍ରବାର ଓ ସୋମବାର ଲୋକେ କଟକଣା ଖିଲାପ କରୁଛନ୍ତି । ସେମାନଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ହେବ ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନ॥

Leave A Reply

Your email address will not be published.