ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କଂଗ୍ରେସର ଶୋଚନୀୟ ପରାଜୟ ପରେ ୫ ରାଜ୍ୟର ପିସିସି ସଭାପତିଙ୍କ ଇସ୍ତଫା ମାଗିଲେ ସୋନିଆ

ନୂଆଦିଲ୍ଲୀ: କଂଗ୍ରେସ ଶୋଚନୀୟ ପରାଜୟ ପରେ ଦଳରେ ବ୍ୟାପକ ପରିବର୍ତ୍ତନର ସମ୍ଭାବନା ରହିଛି । ଆଜି କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ପଞ୍ଜାବ, ମଣିପୁର, ଉତ୍ତରପ୍ରଦେଶ, ଗୋଆ ଓ ଉତ୍ତରାଖଣ୍ଡର ପ୍ରଦେଶ କଂଗ୍ରେସ ସଭାପତିମାନଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସୂରେଜଓ୍ବାଲା ଟ୍ବିଟ କରି ସୂଚନା ଦେଇଛନ୍ତି । ଉକ୍ତ ରାଜ୍ୟର କଂଗ୍ରେସ କମିଟିଗୁଡ଼ିକରେ ସାଂଗଠନିକ ପରିବର୍ତ୍ତନ ପୂର୍ବରୁ ଏସବୁ ସଭାପତି ମାନଙ୍କ ଇସ୍ତଫା ମଗାଯାଇଛି ବୋଲି ସେ ସଂକେତ ଦେଇଛନ୍ତି ।


୫ଟି ରାଜ୍ୟର ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଥିଲା । ଦେଶର ସବୁଠାରୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶରେ କଂଗ୍ରେସ ମାତ୍ର ୨ଟି ଆସନ ପାଇଥିବାବେଳେ ପଞ୍ଜାବରେ ୧୮ଟି ଆସନ ପାଇଥିଲା । ସେହିପରି ଉତ୍ତରାଖଣ୍ଡରେ ଦଳ ୧୯ଟି, ଗୋଆରେ ୧୨ଟି ଓ ମଣିପୁରରେ ୫ଟି ଆସନ ପାଇଥିଲା ।

Leave A Reply

Your email address will not be published.