ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର : ବାରବାଟୀ ଆସିବେ ଦାଦା, ଦେଖିବେ ଭାରତ- ଦକ୍ଷିଣ ଆଫ୍ରିକା ମ୍ୟାଚ୍

କଟକ : କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆସନ୍ତା ରବିବାର ବାରବାଟୀରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ଓ ଭାରତ ଟି-୨୦ ମୁକାବିଲା ଦେଖିବାକୁ ଆସିବେ ପୂର୍ବତନ ଭାରତୀୟ କ୍ରିକେଟର ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଓସିଏ ପକ୍ଷରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବାରବାଟୀ ଆସିବାକୁ ନିମନ୍ତ୍ରଣ କରାଯାଇଥିଲା। ଓସିଏର ନିମନ୍ତ୍ରଣ ରଖି ମ୍ୟାଚ ଦେଖିବାକୁ ସୌରଭ ଆସିବେ ବୋଲି ଓସିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ସୌରଭ ଗାଙ୍ଗୁଲି ମ୍ୟାଚ ଦେଖିବାକୁ ଆସିବେ ବୋଲି ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା । ସଞ୍ଜୟ ସୂଚନା ଦେଇ କହିଛନ୍ତି, ଦାଦାଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା। ଦାଦା କଟକ ବାରବାଟୀରେ ମ୍ୟାଚ ଦେଖିବା ନେଇ ଆଗ୍ରହୀ ଏବଂ ସହମତି ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.