ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରିଲେ ଗିଲ, ରିଷଭ ପନ୍ତ ତୁଲାଇବେ ଅଧିନାୟକ ଦାୟିତ୍ୱ...

ସାଈ ସୁଦର୍ଶକ କିମ୍ବା ନୀତିଶ କୁମାର ରେଡ୍ଡୀଙ୍କୁ ମିଳିପାରେ ସୁଯୋଗ

Deviprasad Mohanty Picture
Published On

ଗୌହାଟୀ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁଭମନ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ରିଷଭ ପନ୍ତ ଅଧିନାୟକ ଦାୟିତ୍ୱ ତୁଲାଇବେ। କୋଲକାତା ଟେଷ୍ଟରେ ଭାରତ ହାରିବା ପରେ ଏବେ ଗୌହାଟୀ ମୁକାବିଲା ଉପରେ ସମସ୍ତଙ୍କ ନଜର ରହିଛି । ସିରିଜ ବଂଚାଇବାକୁ ଏବଂ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପରେ ସ୍ଥିତି ସୁଧାରିବା ପାଇଁ ଭାରତକୁ ଏହି ମ୍ୟାଚରେ ବିଜୟ ଜରୁରୀ ହୋଇ ପଡିଛି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଗିଲ ବ୍ୟାଟିଂ କରୁଥିବା ବେଳେ ବେକରେ ଆଘାତ ପାଇଥିଲେ । ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେ ଦ୍ୱିତୀୟ ଇନିଂସରେ ମଧ୍ୟ ବ୍ୟାଟିଂ କରିବାକୁ ଆସି ନ ଥିଲେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଜଳସେଚନ ପ୍ରକଳ୍ପର SDO, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

ସେଠାରେ ସେ ସୁସ୍ଥ ହେବା ପରେ ଦ୍ୱିତୀୟ ଟେଷ୍ଟରେ ଖେଳିବେ ବୋଲି ଆଶା କରାଯାଉଥିଲା । ମାତ୍ର ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ବିଶ୍ରାମ ଦିଆଯାଇଛି । ଏବେ ଗିଲଙ୍କ ସ୍ଥାନରେ ଚୂଡାନ୍ତ ଏକାଦଶରେ ସାଈ ସୁଦର୍ଶକ କିମ୍ବା ନୀତିଶ କୁମାର ରେଡ୍ଡୀଙ୍କୁ ସୁଯୋଗ ମିଳିପାରେ ବୋଲି ଜଣାପଡ଼ିଛି । 

ଆହୁରି ପଢ଼ନ୍ତୁ: ସେପ୍ଟିକ ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ବେଳେ ଶ୍ଵାସରୁଦ୍ଧ ହୋଇ ୨ ମୃତ, ୨ ଗୁରୁତର

20 Nov 2025 By Deviprasad Mohanty

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରିଲେ ଗିଲ, ରିଷଭ ପନ୍ତ ତୁଲାଇବେ ଅଧିନାୟକ ଦାୟିତ୍ୱ...

ସାଈ ସୁଦର୍ଶକ କିମ୍ବା ନୀତିଶ କୁମାର ରେଡ୍ଡୀଙ୍କୁ ମିଳିପାରେ ସୁଯୋଗ

ଗୌହାଟୀ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁଭମନ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ରିଷଭ ପନ୍ତ ଅଧିନାୟକ ଦାୟିତ୍ୱ ତୁଲାଇବେ। କୋଲକାତା ଟେଷ୍ଟରେ ଭାରତ ହାରିବା ପରେ ଏବେ ଗୌହାଟୀ ମୁକାବିଲା ଉପରେ ସମସ୍ତଙ୍କ ନଜର ରହିଛି । ସିରିଜ ବଂଚାଇବାକୁ ଏବଂ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପରେ ସ୍ଥିତି ସୁଧାରିବା ପାଇଁ ଭାରତକୁ ଏହି ମ୍ୟାଚରେ ବିଜୟ ଜରୁରୀ ହୋଇ ପଡିଛି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଗିଲ ବ୍ୟାଟିଂ କରୁଥିବା ବେଳେ ବେକରେ ଆଘାତ ପାଇଥିଲେ । ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେ ଦ୍ୱିତୀୟ ଇନିଂସରେ ମଧ୍ୟ ବ୍ୟାଟିଂ କରିବାକୁ ଆସି ନ ଥିଲେ ।

ସେଠାରେ ସେ ସୁସ୍ଥ ହେବା ପରେ ଦ୍ୱିତୀୟ ଟେଷ୍ଟରେ ଖେଳିବେ ବୋଲି ଆଶା କରାଯାଉଥିଲା । ମାତ୍ର ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ବିଶ୍ରାମ ଦିଆଯାଇଛି । ଏବେ ଗିଲଙ୍କ ସ୍ଥାନରେ ଚୂଡାନ୍ତ ଏକାଦଶରେ ସାଈ ସୁଦର୍ଶକ କିମ୍ବା ନୀତିଶ କୁମାର ରେଡ୍ଡୀଙ୍କୁ ସୁଯୋଗ ମିଳିପାରେ ବୋଲି ଜଣାପଡ଼ିଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର