ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ମହାପ୍ରଭୁଙ୍କ ପଇତାଲାଗି; ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ।

ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ତେଣୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.