Latest Odisha News, Breaking News Today | Top Updates on Corona

ରାଜ୍ୟ ବଜେଟ୍‌ ୨୦୨୧-୨୨ : ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କା ବ୍ୟୟ ବରାଦ କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କୋଭିଡ ମହାମାରୀ ପରେ ପ୍ରଥମଥର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟ୍‌ରେ ମୋଟ୍‌ ୧ ଲକ୍ଷ ୭୦ ହଜାର କୋଟି ବ୍ୟୟବରାଦ କରାଯାଇଛି। ଏହି ବଜେଟ୍‌ରେ ପ୍ରଶାସନିକ ବ୍ୟୟ ପାଇଁ ୮୫ ହଜାର କୋଟି ଟଙ୍କା, କର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପାଇଁ ୩ ହଜାର ୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ରାଜ୍ୟ ଅର୍ଥମନ୍ତ୍ରୀ ବଜେଟ୍‌ ଉପସ୍ଥାପନ ସମୟରେ କହିଥିଲେ କି ରାଜ୍ୟରେ ବିକାଶ କାର୍ଯ୍ୟ ଗତ ବର୍ଷ ବାଧାପ୍ରାପ୍ତ ହୋଇଛି । ଯାହାର ପ୍ରମୁଖ କାରଣ ହେଉଛି କରୋନା । ସମସ୍ତ ବାଧାବିଘ୍ନ ସ୍ବତେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ ବିକାଶ ପକ୍ରିୟା ପୁନର୍ବାର ତ୍ବରାନିତ କରିଥିବା କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ସେହିପରି ରାଜ୍ୟ ସରକାରଙ୍କୁ ସମସ୍ତ ପ୍ରୟାସ ଯୋଗୁଁ କୋଭିଡ ମହାମାରୀରେ ଓଡିଶା ସଫଳ ହୋଇଛି । ରାଜ୍ୟ ସରକାର ଏହାର ସଫଳ ମୁକାବିଲା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନିଷ୍ପତି ଯୋଗୁଁ ଆମ ରାଜ୍ୟ କୋଭିଡରେ ବିଶେଷ କ୍ଷତିଗ୍ରସ୍ତ ହୋଇନାହିଁ । ବଂର ମୁକାବିଲା କରିବାରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ସାଜିଛି । ଯେଉଁଥିପାଇଁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଓଡିଶାକୁ ପ୍ରଶଂସା କରିଥିବା କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଅଧିକ ପଢନ୍ତୁ

ଦେଖନ୍ତୁ ନଟିଆ କମେଡି

ଆଜି ବଜେଟ୍‌ରେ ସରକାର କେଉଁ କେଉଁ କ୍ଷେତ୍ରପାଇଁ କେତେ ବ୍ୟୟବରାଦ କରାଯାଇଛି ଜାଣନ୍ତୁ …

  • କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ
  • ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ
  • ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ
  • ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ
  • ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ
  • ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ
  • କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟ ବରାଦ
  • ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି
  • ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟ ବରାଦ
  • ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ
  • ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ
  • ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ
  • ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି
  • ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା, ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ।
  • କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ।
  • ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ।
  • ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା କରାଯାଇଛି।
  • ୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି।
  • କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି।
  • ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।
  • ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି।
  • ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି।
  • ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ।
  • ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।
  • SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା।
  • SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।
  • ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି।
  • ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।
  • ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।
  • ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ।
  • ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା।
  • ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।
  • ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ।
  • ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ।
  • ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ।
  • ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ।
  • ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
  • ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି।
  • ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ।
  • ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା।
  • ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି।
  • ବିଜୁ ଏକ୍ସପ୍ରେସ ୱେ  ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା।
  • ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।
  • ଓମ୍ବାଡସି ଓ ଡିଏମଏଫରୁ କୃଷି କ୍ଷେତ୍ରରେ ୪୪୭କୋଟି ବିନିଯୋଗ।
  • ମନରେଗାରୁ ୧୯୬୬କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ କରାଯିବ।
  • ସହରଗୁଡିକୁ ନିର୍ମଳ ରଖିବାକୁ ୩ ଶହ ୯୫ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ
  • ଅର୍ବାନ ସ୍ୱରେଜ ପ୍ରକଳ୍ପ ପାଇଁ ୧ ଶହ ୬୦ କୋଟି ଟଙ୍କା ବ୍ୟୟବରାଦ।
  • ଅର୍ବାନ ସାନିଟେସନ ପ୍ରକଳ୍ପ ପାଇଁ ୧ ଶହ ୯୦ କୋଟି ଟଙ୍କାର ପ୍ରସ୍ତାବ।
  • ସ୍ୱଚ୍ଛ ଭାରତ ମିଶନ ଅଧିନରେ ଗ୍ରାମାଞ୍ଚଳକୁ ୨ ଶହ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ।
  • ସ୍ୱଚ୍ଛ ଭାରତ ମିଶନ ସହରାଞ୍ଚଳକୁ ୨ ଶହ ୧୫କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ।
  • ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଲାଗି ୫୧ କୋଟିର ବ୍ୟୟ ପ୍ରସ୍ତାବ।
  • ଐତିହ୍ୟସ୍ଥଳୀର ସୁରକ୍ଷାୟ ଓ ସଂରକ୍ଷଣ ପାଇଁ ୮ କୋଟିର ବ୍ୟୟ ବରାଦ।
  • ମଧୁବାବୁ ପେନସନ ଯୋଜନାରେ ୧ ହଜାର ୯ କୋଟି ଟଙ୍କାର ପ୍ରସ୍ତାବ।
0Shares
0