ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ କ୍ୟାବିନେଟ୍‌ରେ ୩୩ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ମୋଟ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି।  ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ।

ଜଟଣୀ ତହସିଲର ଜାମୁକୋଳିରେ ହେବ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ । ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେବେ ୫ ଏକର ଜମି । ଏଥିସହ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ ମଞ୍ଜୁରୀ ମିଳିଛି ।

ଏଥିସହ ୮୭୫କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରୀ । କୋଭିଡ ମହାମାରୀ ପାଇଁ ମନ୍ତ୍ରିସ୍ତରୀୟ କମିଟିର ନିଷ୍ପତ୍ତି ଉପରେ ମୋହର ମରାଯାଇଛି । ରାଜ୍ୟର ଶିଳ୍ପାନୁଷ୍ଠାନକୁ ଚୂନ ପଥର ଯୋଗାଣ ଏଣିକି ସୁନିଶ୍ଚିତ ହେବ । ଏହି ଚୁନ ପଥର ଓଏମସି ଜରିଆରେ ଯୋଗାଇ ଦିଆଯିବ । ସ୍ବେଚ୍ଛାକୃତ ଅବସର ପରେ  IRTS  ଅଫିସର ମନୋଜ ମିଶ୍ରଙ୍କୁ ମିଳିବ ଚୁକ୍ତିଭିତିକ ନିଯୁକ୍ତି । ସେହି ପଦବୀରେ ରାଜ୍ୟ ସରକାର ଦେବେ ନିଯୁକ୍ତି ।

ସେହିପରି ୯ଟି ମେଗା ଲିଫ୍ଟ ପ୍ରୋଜେକ୍ଟକୁ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ । ୩୬ ମାସ ଭିତରେ କାର୍ଯ୍ଯକ୍ଷମ ହେବ ଏହି ପ୍ରକଳ୍ପ । ସେହିପରି ୧୪ଟି ମେଗା ଲିଫ୍ଟ ପ୍ରୋଜେକ୍ଟ କେନ୍ଦୁଝର ଜିଲ୍ଲାରେ ହେବ । ୧୭ ହଜାର ହେକ୍ଟର ଜମି ଜଳସେଚିତ ହେବ । ୟେଉଁ କମ୍ପାନୀ ଏହି ଟେଣ୍ଡର ନେବ ତାହାକୁ ୧୫ ବର୍ଷ ପର୍ୟ୍ୟନ୍ତ ଦାୟିତ୍ୱ ନେବେ ବୋଲି କୁହାଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବକୁ ମୋହର ମରାଯାଇଛି । ସୁବର୍ଣ୍ଣପୁର -ବିନିକା ରାସ୍ତାକୁ ଉନ୍ନତିକରଣ କରିବା କାର୍ଯ୍ଯକୁ ଅନୁମୋଦନ ଦିଆଯାଇଛି ।

ଭୁବନେଶ୍ୱରରେ ବିଧାୟକଙ୍କ ନିମନ୍ତେ ଗୃହ ନିର୍ମାଣ ପାଇଁ ମଧ୍ୟ ଯେଉଁ ପ୍ରସ୍ତାବ ଦିଆଯାଇଥିଲା, ତାହାକୁ ଅନୁମୋଦନ ମାରିଛନ୍ତି ରାଜ୍ୟ ସରକାର । ରାଜ୍ୟର ସ୍ପର୍ଟସ ହଷ୍ଟେଲରେ ପଢୁଥିବା ପିଲାମାନଙ୍କ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ୧୫ ପ୍ରତିଶ ଆସନ ସରକ୍ଷଂଣ ବ୍ୟବସ୍ଥା କରାଯାଇଛି । ଯଦ୍ୱାରା ଖେଳ ପ୍ରତି ପିଲାମାନଙ୍କ ଇଛଶକ୍ତି ବୃଦ୍ଧି ଘଟିବ ବୋଲି କୁହାଯାଇଛି ।

Leave A Reply

Your email address will not be published.