ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରାଜ୍ଯ କ୍ୟାବିନେଟ୍‍, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ୧୨ଟା ୩୦ ମିନିଟ୍‍ରେ ଏହି ବୈଠକ ଆହ୍ୱାନ କରାଯାଇଛି। ଏହି ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ନିର୍ମାଣ, ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ପରି ବିଭାଗର ଏକାଧିକ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିପାଇଁ ନିର୍ଦିଷ୍ଟ ଭାବରେ କେତେକ ପ୍ରସ୍ତାବ ଆସିବ ଜଣା ପଡ଼ି ନ ଥିଲେ ହେଁ ପାଖାପାଖି ଦେଢ଼ ଡ଼ଜନ ପ୍ରସ୍ତାବ ଆଗତ ହୋଇପାରେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.