ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟିକାକରଣରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସାମିଲ ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: କରୋନା ଟିକାକରଣରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସାମିଲ ପାଇଁ ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି  ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକଙ୍କୁ ସାମିଲ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସମ୍ମୁଖ ଯୋଦ୍ଧା ଭାବେ କାମ କରୁଥିବା ଆଉ କିଛି ବର୍ଗଙ୍କୁ ସାମିଲ ପାଇଁ ଚିଠିରେ ଉଲ୍ଲେଖ ଅଛି। ଏୟାରପୋର୍ଟ, ରେଲୱେ, ବନ୍ଦରରେ କାର୍ଯ୍ୟରତ କର୍ମଚାରୀ, ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ସେବାୟତଙ୍କୁ ଟିକା ଦେବାକୁ ଚିଠି କରିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ତ୍ୱରିତ ପଦକ୍ଷେପ ନେଇ ଉପରୋକ୍ତ ବର୍ଗଙ୍କୁ ସାମିଲ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏହି ଚିଠି କରିଛନ୍ତି।

Leave A Reply

Your email address will not be published.