ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ପାଇଁ ରାଜ୍ୟ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଆଜି ରାଜ୍ୟରେ ୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାରି ମଧ୍ୟରେ ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ବାରଣ କରାଯାଇଛି। ଜାନୁଆରୀ ୧୪ ଦିନ ମନ୍ଦିରରେ କେବଳ ପୂଜକମାନେ ରୀତିନୀତି ଅନୁସାରେ କରିବେ। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର।

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି । ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଏନେଇ ସବୁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିସନର ଓ କଟକ-ଭୁବନେଶ୍ବର ଟୁଇନସିଟି ପୁଲିସ କମିସନରଙ୍କୁ ସୂଚିତ କରାଯାଇଛି ।

Leave A Reply

Your email address will not be published.