ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡ୍ରାଇଭର ସଂଘର ଦାବିଗୁଡିକୁ ନେଇ ସକରାତ୍ମକ ଭାବେ ଵିଚାର କରୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର : ଆଜିଠୁ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି ଡ୍ରାଇଭର ମହାସଂଘ। ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ। ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ ହୋଇଥିଲା ବେଳେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ସଚିବ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀମତୀ ସାହୁ କହିଛନ୍ତି, ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଡ୍ରାଇଭର ସଙ୍ଘର ଯାହା ଯାହା ଦାବି ରହିଛି। ସେଇ ଦାବି ଗୁଡିକୁ ଆଲୋଚନାକୁ ନିଆଯିବ। ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକ ହଇରାଣ ହରକତ ହେଉଛନ୍ତି। ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି। ଅନ୍ୟପଟେ ଧର୍ମଘଟ ନ କରିବା ପାଇଁ ଗତ କାଲି ଡ୍ରାଇଭ ସଙ୍ଘକୁ ନିବେଦନ କରାଯାଇଥିଲା ବୋଲି ସେ କହିଛନ୍ତି।

ଡ୍ରାଇଭର ସଂଘରର ଷ୍ଟିଅରିଂ ଛାଡ ଧର୍ମଘଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ । ଆଲୋଚନା ମାଧ୍ୟମରେ ସବୁ ଦାବି ସରକାର ସମାଧାନ କରିବାକୁ ପ୍ରସ୍ତୁତ ଥିବା କହିଛନ୍ତି ବାଣିଜ୍ୟ ଓ ପରିବହନ ସଚିବ । ରାଜ୍ୟ ସରକାର ଡ୍ରାଇଭର ସଂଘର ଦାବିଗୁଡିକୁ ନେଇ ସକରାତ୍ମକ ଭାବେ ବିଚାର କରୁଛନ୍ତି। ଏହାକୁ ନେଇ ପୂର୍ବରୁ ଆଲୋଚନା ହୋଇଛି। ଆଗକୁ ମଧ୍ୟ ଆଲୋଚନା କରାଯିବ। ଡ୍ରାଇଭରମାନଙ୍କର ବିଭିନ୍ନ ସଂଘ ଅଛି। ଗୋଟିଏ ସଂଘ ଆନ୍ଦୋଳନକୁ ଓହ୍ଲାଇଛି । ଆମେ ଅନୁରୋଧ କରୁଛୁ । ଆମେ ତାଙ୍କ ସହ କଥା ହେବା ପାଇଁ ରାଜି ଅଛୁ। ତାଙ୍କ ଦାବି ଆମ ସହ ଆଲୋଚନା କରନ୍ତୁ । ଚର୍ଚ୍ଚାରେ ସବୁ କିଛି ସମାଧାନ ହେବ। ଆଉ ଏବେ ଆନ୍ଦୋଳନ ପାଇଁ ଯାତ୍ରୀ ହଇରାଣ ହେଉଛନ୍ତି । ମେଡିକାଲ ସେବାରେ ବ୍ୟାଘାତ ସୃଷ୍ଟି ହେଉଛି। ସବୁ କିଛି ସକାରାତ୍ମକ ଉପାୟରେ ସମାଧାନ ହେଇପାରିବ।

ଅନ୍ୟପଟେ ବିଧାନସଭାରେ ମଧ୍ୟ ଉଠିଛି ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରସଙ୍ଗ। ଶୂନ୍ୟକାଳରେ ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସରକାର ସେମାନଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା। ଡ୍ରାଇଭର ସଙ୍ଘର ଷ୍ଟେରିଙ୍ଗ ଛାଡ଼ ଧର୍ମଘଟ ଘଟଣା ଉପରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ପ୍ରତିକ୍ରିୟା । ଏହାକୁ ନେଇ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଡ୍ରାଇଭର ସଙ୍ଘର ଯାହା ଯାହା ଦାବି ରହିଛି । ସେଇ ଦାବି ଗୁଡିକୁ ଆଲୋଚନାକୁ ନିଆଯିବ । ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକ ହଇରାଣ ହରକତ ହେଉଛନ୍ତି । ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି।

Leave A Reply

Your email address will not be published.