ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ପାଇଁ ନବୀନଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ୟୁକ୍ରେନ ଓ ଋଷ ଯୁଦ୍ଧ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରଛାତ୍ରୀମାନେ ଯୁଦ୍ଧ ପ୍ରଭାବିତ ଦେଶରେ ଫସି ରହିଛନ୍ତି। ଖବର ଅନୁଯାୟୀ, ଓଡ଼ିଶାର ୧୫୦୦ ରୁ ଅଧିକ ଛାତ୍ରଛାତ୍ରୀ ୟୁକ୍ରେନରେ ଅଟକି ରହିଛନ୍ତି ଓ ନିଜ ସହରକୁ ସ୍ଥାନାନ୍ତରିତ ହେବାକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ୟୁକ୍ରେନରେ ଫସି କରି ରହିଥିବା ଓଡ଼ିଆ ଛାତ୍ରଛାତ୍ରୀ ଓ ନାଗରିକଙ୍କୁ ଫେରାଇ ଆଣିବାକୁ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ନିଜେ ଖର୍ଚ୍ଚ କରିବେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟା ଳୟ ପକ୍ଷରୁ ଘୋଷଣା କରାଯାଇଛି । ନିଜ ଖର୍ଚ୍ଚରେ ଫେରାଇ ଆଣିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର । ଫସିଥିବା ତ୍ରଛାତ୍ରୀ ଓ ଶ୍ରମିକଙ୍କୁ ଫେରାଇ ଆଣିବାକୁ ଅମିତ ଶାହଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ କେନ୍ଦ୍ର ସହ ସମନ୍ୱୟ ରକ୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ଦାୟିତ୍ୱ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶା ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ସେଲ୍ ଖୋଲାଯାଇଛି।  ବିଦେଶ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ସହ ସମନ୍ୱୟ ରଖିବା ସହ ରେସିଡେଣ୍ଟ କମିଶନର ଆଇପିଏସ ରବିକାନ୍ତଙ୍କୁ ନୋଡାଲଅଫିସର ଦାୟିତ୍ବ ଦିଆଯାଇଛି। ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ କମିସନର ଆଇପିଏସ ରବିକାନ୍ତଙ୍କ ଯୋଗାଯୋଗ ପାଇଁ ମୋବାଇଲ, ହ୍ବାଟସ ଆପ୍ ଓ ଇ-ମେଲ ଜାରି କରାଯାଇଛି। ମୋବାଇଲ-୮୫୨୭୫୮୦୨୪୫, ଲ୍ୟାଣ୍ଡଲାଇନ୍‌ ନମ୍ବର – ୦୧୧-୨୩୦୧୨୭୫୧।

ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୟୁକ୍ରେନର ଥିବା ସମସ୍ତ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରିବା ଏବଂ ଏହି ସଙ୍କଟ ସମୟରେ ସେମାନଙ୍କ ପରିବାର ସଦସ୍ୟଙ୍କ ସହିତ ପ୍ରଭାବଶାଳୀ ସମନ୍ୱୟ ରକ୍ଷା କରିବାକୁ  ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଘୋଷଣା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏହି ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କଥା ହୋଇଥିଲେ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।

Leave A Reply

Your email address will not be published.