ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ସ୍ଥିତି ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା: ସ୍ଥିତି ଉପରେ ନଜର ରଖାଯାଇଛି, ଫୋକସରେ ଟେଷ୍ଟିଂ ଓ ଭ୍ୟାକ୍ସିନେସନ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେସନ ବଢ଼ାଇବାକୁ ଦିଆଯାଉଛି ଫୋକସ । ଆବଶ୍ୟକସ୍ଥଳେ ହସ୍ପିଟାଲରେ ବେଡ୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ପ୍ରଥମ ଓ ଦ୍ବିତୀୟ ଲହରର ଯେପରି ସଫଳ ମୁକାବିଲା କରାଯାଇଥିଲା, ଏବେ ସେହିଭଳି ପଦକ୍ଷେପ ନିଆଯାଉଛି। ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ତଦାରଖ କରୁଛନ୍ତି। ଓଏମସିଏଲକୁ ଔଷଧ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତେ କୋଭିଡ୍‌ ନିୟମ ମାନିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.