ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଅସହ୍ଯ ତାତି: ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୨ ସହରର ତାପମାତ୍ରା। ଭୁବନେଶ୍ବର ଓ ବାଲେଶ୍ୱରର ତାପମାତ୍ରା ୪୦.୬ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା-

ଭୁବନେଶ୍ୱର: 40.6°C
ବାଲେଶ୍ୱର: 40.6°C
ଚାନ୍ଦବାଲି: 40°C
ଝାରସୁଗୁଡା:40°C
ସମ୍ବଲପୁର: 39.7°C
କେନ୍ଦୁଝର: 39°C
ହୀରାକୁଦ: 38.6°C
ରାଉରକେଲା: 37.9°C
ଗୋପାଳପୁର:35.1°C
ପୁରୀ: 34.5°C
ପାରାଦ୍ୱୀପ: 34.5°C

Leave A Reply

Your email address will not be published.