ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ବଢ଼ିଲା କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ବଢ଼ିଲା କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା । ବଢ଼ୁଥିବା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍ ଓ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲକୁ ଅନୁମତି ମିଳିଥିବା ବେଳେ ଏବେ ହାଇଟେକ ଓ କିମ୍ସ ହସ୍ପିଟାଲ ସହ ବିଏମସି ରାଜିନାମା ସ୍ୱାକ୍ଷର କରିଛି । କିମ୍ସ କୋଭିଡ ହସ୍ପିଟାଲରେ ୫୦୦ ଓ ହାଇଟେକ୍ କୋଭିଡ୍ ହସ୍ପିଟାଲରେ ୨୩୯ ଶଯ୍ୟା ସହିତ ଖୋଲିଛି ।


ପୂର୍ବରୁ ସମ୍ କୋଭିଡ୍ ହସ୍ପିଟାଲରେ ୮୧୦ ଓ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୧୫୦ଟି ଶଯ୍ୟାର ସୁବିଧା ଥିଲା। ଫଳରେ କୋଭିଡ୍ ହସ୍ପିଟାଲ ସଂଖ୍ୟା ୪କୁ ବୃଦ୍ଧି ପାଇବା ସହ ଶଯ୍ୟା ସଂଖ୍ୟା ୧୬୯୯କୁ ବୃଦ୍ଧି ପାଇଛି । ଏଥିସହିତ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଟିଆ ଓ ଡୁମଡୁମା ଠାରେ ୧୦୦ ଶଯ୍ୟା ବିଶିଷ୍ଟ ୨ଟି କୋଭିଡ୍ କେୟାର ସେଣ୍ଟର ଖୋଲାଯାଇଛି । ଆଗକୁ ଆବଶ୍ୟକ ସ୍ଥଳେ କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ ବୋଲି ବିଏମସି କମିଶନର ସଂଜୟ ସିଂ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.