ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅଫଲାଇନ୍ ପରୀକ୍ଷାକୁ ବିରୋଧକରି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା

ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଶାନ୍ତି  ଦେଖାଦେଇଛି। ଅଫଲାଇନ୍ ପରୀକ୍ଷାକୁ ବିରୋଧ କରି ସମ୍ବଲପୁର ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଭଙ୍ଗାରୁଜା କରିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ବରଗଡ଼, ସମ୍ବଲପୁର ଓ ବଲାଙ୍ଗିର ଅଞ୍ଚଳର ଛାତ୍ରଛାତ୍ରୀ ପୂର୍ବରୁ ଅଫଲାଇନ୍ ପରୀକ୍ଷା କରାଇବାକୁ କୁଳପତିଙ୍କୁ ଚିଠି ଲେଖିଥିଲେ। ଆଜି ବିଶ୍ୱବିଦ୍ୟାଳୟକୁ କୁଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିବାକୁ ଚାହିଁଥିଲେ ଛାତ୍ର କଂଗ୍ରେସ ସଦସ୍ୟ । କିନ୍ତୁ କେହି ଉପସ୍ଥିତ  ନ ଥିବାରୁ ଆଲୋଚନା ହୋଇ ପାରି ନ ଥିଲା । ଏହାକୁ ନେଇ ପୁଲିସ ଓ ଛାତ୍ର କଂଗ୍ରେସର ସଦସ୍ୟ ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଲାଠି ଚାର୍ଜ କରିଛି । ଏଥିରେ ଆନ୍ଦୋଳନକାରୀ ଓ ପୁଲିସ ଆହତ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.