ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୧୩-୦୩-୨୦୨୨ )

ମେଷ: ସମାଜରେ ପ୍ରସିଦ୍ଧି ଲାଭ କରିବେ। ଚାକିରିରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ବୃଷ: ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ମିଥୁନ: ଦିନଚର୍ଯ୍ୟା ସୁଖଦ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ଉନ୍ନତି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

କର୍କଟ: ବହୁ ଚେଷ୍ଟା ସତ୍ତ୍ବେ କାର୍ଯ୍ୟରେ ଅସଫଳ ହେବେ। ସାଂସାରିକ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଟି ସୁଖ ସମୃଦ୍ଧି ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳା ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

କନ୍ୟା: କିଛିଟା ସମସ୍ୟା ଭିତରେ କାର୍ଯ୍ୟ ସଫଳ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ରାଜନୀତିରେ ସମ୍ମାନିତ ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନରେ ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ବିଛା : କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ଧନୁ : ଦିନଟି ହର୍ଷୋଲ୍ଲାସରେ କଟିପାରେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଖ୍ୟାତି ବଢ଼ିବ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ ନିଷ୍ଠାବାନ ହେବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ଗୋଲାପି।

ମକର : ବହୁ ଚେଷ୍ଟା କରି ଆଗେଇ ଚାଲିବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭବାନ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଶୃଙ୍ଖଳିତ ଭାବରେ କାର୍ଯ୍ୟ କରି ସଫଳ ହେବେ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲ୍‌ଭର୍‌।

ମୀନ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ବାଇଗଣୀ।

Leave A Reply

Your email address will not be published.