ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଏଡିଏମ୍‌ । ଚାକରିରୁ ଅବସର ନେବା ପାଇଁ ଆଉ ମାତ୍ର ୧୭ ଦିନ ବାକି ଥିବାବେଳେ ଆଜି ସକାଳୁ ସକାଳୁ ସୁନ୍ଦରଗଡ଼ର ଅତିରିକ୍ତ ମାଜିଷ୍ଟ୍ରେଟ ବିଶ୍ବଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ସମେତ ୭ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ବିଶ୍ୱଜିତଙ୍କ ସୁନ୍ଦରଗଡ଼ ଅଫିସ୍ ଓ ଘର ସମେତ ଭୁବନେଶ୍ୱର ସ୍ଥିତ ବାଲିଅନ୍ତା ଘର, ନୟାପଲ୍ଲୀରେ ଥିବା ଫ୍ଲାଟ୍‌, ଜଗତସିଂହପୁରରେ ଥିବା ପୈତୃକ ଘର, ମଣିଜଙ୍ଗାରେ ଥିବା ଜଣେ ସମ୍ପର୍କୀଙ୍କ ଘର ଓ ରାଜଗାଙ୍ଗପୁରରେ ଥିବା ଅନ୍ୟ ଏକ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଠାବ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଏହି ଚଢାଉରେ ୮ଜଣ ଡିଏସପି, ୨ ଇନ୍ସପେକ୍ଟର, ୫ ଏଏସଆଇ ସାମିଲ୍ ହୋଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.