ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ୍ୟୁର କାରଣ ଅସ୍ପଷ୍ଟ  ରହିଛି। ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁ ନାମକ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ବାରେ ଲାଗିଥିଲା ।  ଫଳରେ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତି କରାଯାଇଥିଲା । ତେବେ ଡ଼ାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ଏକ ସ୍ଵାଭାବିକ ମୃତ୍ୟୁ ନା କେହି ତାଙ୍କୁ ହତ୍ୟା କରିଦେଇଛି ତାହା ଏବେ ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ଅଣାାଯାଇଛି। ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।

Leave A Reply

Your email address will not be published.