ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୧୫ରୁ ରାଜ୍ୟ ପାଣିପାଗରେ ହେବ ପରିବର୍ତ୍ତନ, ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୫ ତାରିଖଠାରୁ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହେବ। ପାଗ ମେଘୁଆ ରହିବା ସହ ୧୬ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏନେଇ ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି। ଡ. ପଶୁପାଳକଙ୍କ ପୂର୍ବାନୁମାନ ଅନୁଯାୟୀ ୧୮ ଓ ୧୯ ତାରିଖରେ ବର୍ଷାର ମାତ୍ରା ଅଧିକ ରହିବ।

ପୁରୀରୁ ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ବଲାଙ୍ଗୀରଠାରୁ ସୁନ୍ଦରଗଡ଼ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ବର୍ଷାର ଏତେଟା ପ୍ରଭାବ ରହିବ ନାହିଁ। ବାକି ଅଞ୍ଚଳରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ। ସେହିପରି କେନ୍ଦ୍ରୀୟ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ୧୭ ଓ ୧୮ ତାରିଖରେ କୁଆ ପଥର ବର୍ଷା ସମ୍ଭାବନା ରହିଛି ବୋଲି ଡ. ପଶୁପାଳକ ପୂର୍ବାନୁମାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆସନ୍ତା ୧୫ ତାରିଖ ପରଠାରୁ ଅନେକ ସ୍ଥାନରେ ତାପମାତ୍ରା ୩ ଡିଗ୍ରୀ ସେଲସିୟସ୍‌‌ ପର୍ଯ୍ୟନ୍ତ କମିବାର ସମ୍ଭାବନା ଥିବାବେଳେ ଭୁବନେଶ୍ୱରରେ ଆସନ୍ତା ୧୭ରୁ ୨୦ ତାରିଖ ମଧ୍ୟରେ ତାପମାତ୍ରା ୩୦ ଡିଗ୍ରୀରୁ କମ୍‌‌ ରହିପାରେ। ତେବେ ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ବୃଦ୍ଧି ହେବାକୁ ଥିବାବେଳେ କେତେକ ସ୍ଥାନରେ ଏହା ୩୯ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ସେ ପୂର୍ବାନୁମାନ କରିଛନ୍ତି।

Leave A Reply

Your email address will not be published.