ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଲିଠୁ ତାତିରୁ ମିଳିବ ଅସ୍ବସ୍ତି

ଆସନ୍ତାକାଲିଠାରୁ କାଳବୈଶାଖୀ ପ୍ରଭାବରେ କମିବ ତାତି । ମେ’ ପହିଲାରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ଦିନର ତାପମାତ୍ରା । ଆସନ୍ତାକାଲିଠାରୁ ତାପମାତ୍ରା କିଛିମାତ୍ରରେ କମିଥିବାବେଳେ ଆଜିବି କଲବଲ କରିବ ତାତି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ପାରଦ ଉପରମୁହାଁ ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମେ’ ୪ ତାରିଖରେ ଦକ୍ଷିଣ ଆଣ୍ଡମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ଆଇଏମଡିର ପୂର୍ବାନୁମାନ କରିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ । ଏହି ଘୂର୍ଣ୍ଣିବଳୟ ୫ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ଏବଂ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ସେନେଇ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଏହାର ଗତିପଥ ଓଡ଼ିଶା-ପଶ୍ଚିମବଙ୍ଗ ଦର୍ଶାଯାଉଥିବା ଜଣାପଡ଼ିଛି ।

Leave A Reply

Your email address will not be published.