ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନାଲରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ କେନାଲ ଛେଦରା ଗୁଣୁପୁର ଗାଁ ମୁଣ୍ଡ ନିକଟରେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଜନ୍ମ ହେବାର ଦିନେ ଦୁଇଦିନ ମଧ୍ୟରେ ଏହି ଶିଶୁକନ୍ୟାକୁ କେହି ପାଣିକୁ ଫୋପାଡ଼ି ଦେଇଥିବା ଅନୁମାନ କରାଯାଉଛି। ମୃତଦେହ ଦେଖି ସ୍ଥାନୀୟ ଅଞ୍ଚଳର ଲୋକେ ଭିଡ ଜମାଇଥିଲେ। ଖବର ପାଇ ସଦର ଥାନା ପୁଲିସ ପହଞ୍ଚି ମୃତ ଶିଶୁକନ୍ୟାକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.