ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜିଠୁ ଚିଲିକାରେ ପ୍ରଥମ ବିଳାସପୂର୍ଣ୍ଣ ହାଉସ ବୋଟ୍ ଚାଲିବ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଚିଲିକା: ଆଜିଠୁ ଚିଲିକାରେ ବୁଲିବ ବହୁ ପ୍ରତିକ୍ଷୀତ ଓଡ଼ିଶାର ପ୍ରଥମ ବିଳାସପୂର୍ଣ୍ଣ ହାଉସ ବୋଟ୍ ’ଗରୁଡ଼’ । ସକାଳ ୯ଟା ୩୦ରେ ଭର୍ଚୁଆଲରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନ ସମୟରେ ଉପସ୍ଥିତ ରହିବେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବନୀ କୁମାର ପାତ୍ର । ଗରୁଡ଼ ବୋଟରେ ଜନ୍ମଦିନ, ରିଙ୍ଗ ସେରମୋନି, ବିବାହ ବାର୍ଷିକୀ ପାଳନ, ରାତ୍ରିଯାପନ ବ୍ୟବସ୍ଥା ଇତ୍ୟାଦିର ମଜା ନେଇପାରିବେ ପର୍ଯ୍ୟଟକ । ପର୍ଯ୍ୟଟକଙ୍କ ଖୁସି ଏବଂ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯିବ ସହ ସବୁ ପ୍ରକାରର ସୁବିଧା ବୋଟରେ ଉପଲବ୍ଧ ରହିଛି ।

ଡବଲ୍ ଇଞ୍ଜିନ୍ ବିଶିଷ୍ଟ ଏହି ବୋଟର ଲମ୍ବା ୧୦୫ଫୁଟ୍, ଓସାର ୨୨ଫୁଟ୍ ରହିଛି । ଚିଲିକାର ଜଳବାୟୁ ଓ ପରିବେଶ ଅନୁଯାୟୀ ଏହାର ଡିଜାଇନ୍ କରାଯାଇଛି । ବୋଟର ତଳ ମହଲାରେ ବିଳାସପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ବାର୍ ସହିତ ଲାଉଞ୍ଜ ଅଛି । ୩୦ ଜଣ ଲୋକ ଏକାଠି ହୋଇପାରିବେ । ସୁସ୍ୱାଦୁ ମଧ୍ୟାହ୍ନଭୋଜନ, ହାଇ ଟି, ରାତ୍ରିଭୋଜନ ଓ ସକାଳ ଜଳଖିଆ ମିଳିବ । ବୋଟରେ ଥିବା ପ୍ରାଇଭେଟ୍ ଲାଉଞ୍ଜରେ ୪ଟି ପ୍ରିମିୟମ ରୁମ୍ ରହିଛି । ଦୁଇଟି ସୁଟ୍ ରୁମରେ ନୀଳାମ୍ବୁ ଚିଲାକାର ମନୋରମ ଦୃଶ୍ୟକୁ ୧୮୦ଡିଗ୍ରୀରୁ ଉପଭୋଗ କରିପାରିବେ । ତା’ ସାଙ୍ଗକୁ କିଙ୍ଗ୍ ସାଇଜ୍ ବେଡ୍, ବସିବା ଲାଗି ରାଜକୀୟ ସୋଫାର ମଧ୍ୟ ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.