ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କୃଷକଙ୍କ ଆୟ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧିକୁ ଗୁରୁତ୍ୱ। ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଗୁରୁତ୍ୱ ଦେଇଛନ୍ତି । ଏବେ କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ଜାତୀୟ ଓ ବିଶ୍ୱ ବଜାରକୁ ଉନ୍ମୁକ୍ତ ହୋଇଛି ।ଚାଷୀଙ୍କ ପାଇଁ ବଜାର ସୁବିଧା ବୃଦ୍ଧି ସାଙ୍ଗକୁ ମଧ୍ୟସ୍ଥି ବ୍ୟବସ୍ଥାକୁ ଚେକ୍ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉପଯୁକ୍ତ ବାତାବରଣ ରହିଥିବାରୁ ଜାତୀୟ ସ୍ତରର କୃଷିଭିତ୍ତିକ କମ୍ପାନୀମାନେ ଏ ଦିଗରେ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।


ଚାଷ ଓ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଏକାଧିକ କାର୍ଯ୍ଯକ୍ରମର ସୁଫଳ ମିଳୁଛି । ତୃଣମୂଳ ସ୍ତରରେ କୃଷି କ୍ଷେତ୍ରରେ ଉତ୍ପାଦନ ବଢୁଛି । ଏବେ ରାଜ୍ୟର ଚାଷୀମାନେ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବାର ସମୟ ଆସିଛି । କ୍ରମାଗତ ପ୍ରାକୃତିକ ବିପର୍ଯ୍ଯୟ ସତ୍ତ୍ୱେ ଉତ୍ପାଦନ ଯେଭଳି ପ୍ରଭାବିତ ନହେବ ସେନେଇ ସରକାର ସବୁ ପଦକ୍ଷେପ ଗ୍ରହଣ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.