ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରାଜ୍ୟରେ ସର୍ବାଧିକ ୬୮ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ, ବରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.