ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ପ୍ରେମିକା ଘରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରୁ ପ୍ରେମିକା ଘରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ସାଲିଆସାହିର ଶ୍ରୀରାମ ନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା ।  ପ୍ରେମିକାର ଘରେ ଝୁଲି ପଡିଲେ ପ୍ରେମୀଯୁଗଳ। ପ୍ରେମିକାର ଓଢଣୀରେ ପ୍ରେମିକ ଓ ରସିରେ ପ୍ରେମିକା ଝୁଲୁଥିବାର ଦେଖିବାକୁ ମିଳିଛି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣା ସ୍ଥାନରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପ୍ରେମିକର ନାଁ ଚିତ୍ରସେନ୍‌ ହୋଇଥିବା ବେଳେ ପ୍ରେମିକର ନାଁ ବର୍ଷା ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ,  ଘରେ ବାପା ମା କେହି ନଥିବା ବେଳେ ପ୍ରେମୀ ଯୁଗଳ ଆତ୍ମହତ୍ୟା କରିଛନ୍ତି। ସବୁଦିନ ପରି ରବିବାର ବର୍ଷାଙ୍କ ବାପା ମାଧବ ଓ ତାଙ୍କ ମାଆ କାମକୁ ଯାଇଥିଲେ। ବର୍ଷା ଏକାକୀ ଘରେ ଥିଲେ। ଉଭୟ କାମରୁ ଫେରି ଦେଖନ୍ତି ଘର ଭିତରେ ବର୍ଷା ଓ ଚିତ୍ରସେନଙ୍କ ଝୁଲନ୍ତା ମୃତଦେହ। ଏନେଇ ପୁଲିକୁ ଖବର ଦେଇଥିଲେ। କମିଶନରେଟ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏହା ଆତ୍ମହତ୍ୟା ନା ହତ୍ୟା ତାହା ଜଣାପଡ଼ି ନାହିଁ।

 

Leave A Reply

Your email address will not be published.