ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୯,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫୭ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୩୩୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯,୬୨୯ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୫୭ ହଜାର ୪୧୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୧ ହଜାର ୧୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୨,୯୩୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା୯,୨୧୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୪୨୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫ ହଜାର ୮୨୭ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୩୫ ହଜାର ୯୭୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୬୯ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୪.୪୯ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୫.୩୮ ପ୍ରତିଶତ ରହିଛି। ଏବଂ ସାପ୍ତାହିକ ସଂକ୍ରମଣ ୫.୬୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।

Leave A Reply

Your email address will not be published.