ସରିଲା ଦ୍ବିତୀୟ ପର୍ଯ୍ଯାୟ ପଞ୍ଚାୟତ ଭୋଟ୍: ୭୧ % ହୋଇଛି ମତଦାନ
ଭୁବନେଶ୍ୱର: ରାଜ୍ୟରେ ଦ୍ବିତୀୟ ପର୍ଯ୍ଯାୟ ଭୋଟ ଗ୍ରହଣ ଶେଷ ହୋଇଛି। ରାଜ୍ୟରେ ମୋଟ ୭୧ % ମତଦାନ ହୋଇଛି । ଏହି ପର୍ଯ୍ଯାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ରହିଥିଲେ । ରାଜ୍ୟରେ ଦ୍ବିତୀୟ ପର୍ୟ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି ।
ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ଯ ସମ୍ପନ୍ନ ହୋଇଛି । କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ଯରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି ।
ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏତଦ୍ବ୍ୟତୀତ ବାଲଟ ପେପରରେ ତୃଟି ପାଇଁ ଦୁଇ ତିନୋଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ ।
ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବେ । ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟରମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ