ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୧୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ଯ ତଳକୁ ଖସିଛି । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୧୮ ଓ ସୁନ୍ଦରଗଡରୁ ୧୪୧ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୯୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.