ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆରମ୍ଭ ହେଲା ଅଣ୍ଡର୍‌ ଗ୍ରାଜୁଏଟ ପିଲାଙ୍କ ପାଇଁ ଇ-ଲେକ୍‌ଚର୍‌ ବ୍ୟବସ୍ଥା

ଭୁବନେଶ୍ୱର: ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗୁରୁବାକ ଇ-ଲେକ୍‌ଚର ଲୋକାର୍ପିତ ହୋଇଛି । ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହାକୁ ଲୋକାର୍ପିତ କରିଛନ୍ତି । ଇ-ଲେକଚର ଦ୍ଵାରା ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ନିଶୁଳ୍କ ସେବା ପାଇପାରିବେ ବୋଲି କହିଛନ୍ତି ମନ୍ତ୍ରୀ । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ଅନ୍ତର୍ଗତ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ ।

ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ବିଷୟରେ ଇ-ଲେକ୍‌ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ଵବିଦ୍ୟାଳୟର ଦୂର ଏବଂ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି । ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍.ଆଇ.ସି. ଦ୍ଵାରା ବିକଶିତ କରାଯାଇଥିବା ଏକ ସ୍ଵତନ୍ତ୍ର ପୋର୍ଟାଲ https://vtputkal.odisha.gov.inରେ ପ୍ରସ୍ତୁତ ଇ-ଲେକ୍‌ଚରଗୁଡ଼ିକ ସ୍ଥାନିତ କରାଯାଇଛି ।

ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ଵିତୀୟ ସେମିଷ୍ଟାରର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଦ୍ଭିଦବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନସ୍ତତ୍ତ୍ଵ ବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍‌ଚର ପ୍ରସ୍ତୁତ କରାଯାଇ ୱେବ ପୋର୍ଟାଲରେ ଅପ୍‌ଲୋଡ କରାଯାଇଛି । ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍‌ଚର ଯଥା ସମୟରେ ଅପ୍‌ଲୋଡ କରାଯିବ । ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍‌ଚର ପ୍ରସ୍ତୁତ କରାଯିବ ।

Leave A Reply

Your email address will not be published.