ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୫ ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ଜନିତ ସ୍ଥିତି ନାହିଁ। ଏଥିପାଇଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହା ସହିତ ଆସ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ମଧ୍ୟ ବଡ଼ ଧରଣର ଅଦଳ ବଦଳ ହେବ ନାହିଁ। ଗତ ୨୪ ଘଣ୍ଟାରେ ଛତିଶଗଡ଼଼ଠାରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ବ୍ୟତୀତ ବାକି ୪ ଟି ଜିଲ୍ଲାରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକରେ ୩୬.୨, ରାୟଗଡ଼଼ା, ବୌଦ୍ଧ ଓ ତାଳଚେର ଆଦି ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.