ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା

ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ହେବା ନେଇ ପଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ସମୟରେ ଲୋକେ ସତର୍କ ରହିବା ଜରୁରୀ ରହିଛି, ଏହି ସମୟରେ ଘରୁ ନବାହାରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି ପାଣିପାଗ କେନ୍ଦ୍ର ।

ବର୍ଷା ସହ ପବନ ଏବଂ ବଜ୍ରପାତ ହେବା ନେଇ ଆଶଙ୍କା କରିଛି ପାଣିପାଗ ବିଭାଗ । ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

ସତର୍କତା ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବା ନେଇ ସୂଚନା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ଆଶଙ୍କା କରାଯାଇଛି ।

Leave A Reply

Your email address will not be published.