ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦକ୍ଷିଣ ଓଡ଼ିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ୨୨ ତାରିଖରେ ଗଜପତି, ରାୟଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁୁପାଳକ କହିଛନ୍ତି ଯେ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ୨୩ ତାରିଖ ରାତିରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ। ୨୫ ତାରିଖ ସୁଦ୍ଧା ଏହି ସବୁ ଅଞ୍ଚଳରେ ପ୍ରାୟ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ତାପମାତ୍ରା କମିବାର ସମ୍ଭାବନା ରହିଛି।

ଆଭ୍ୟନ୍ତରୀଣ ଅଞ୍ଚଳରେ ୨୧ ତାରିଖ ରାତିରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ବଢ଼ି ତା ପର ଦୁଇ ଦିନ ଅପରିବର୍ତ୍ତିତ ରହିବ। ୨୪ରେ ଏହା ୨ ଡିଗ୍ରୀ କମି ୨୬ ସୁଦ୍ଧା ଅପରିବର୍ତ୍ତିତ ରହିବ ବୋଲି ପ୍ରଫେଶର ପଶୁପାଳକ କହିଛନ୍ତି। ପାଣିପାଗ କେନ୍ଦ୍ର କହିଛି ଯେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨/୩ ଡିଗ୍ରୀ ପର୍ଯ୍ୟନ୍ତ କମ୍‍ ରହିବ। ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ଓ କୋରାପୁଟର ସେମିଳିଗୁଡ଼ାରେ ରାତିର ସର୍ବନିମ୍ନ ତାପାମତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି କିରେଇ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ୯.୬, ଦାରିଙ୍ଗବାଡ଼ିରେ ୧୦, କୋରାପୁଟରେ ୧୦, କେନ୍ଦୁଝରରେ ୧୦, ଭବାନୀପାଟଣାରେ ୧୦.୬, ଝାରସୁଗୁଡାରେ ୧୦.୮, ଚିପିଲିମାରେ ୧୦.୮, ସୁନ୍ଦରଗଡରେ ୧୨.୫ ଓ ଦେବଗଡରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି।

Leave A Reply

Your email address will not be published.