ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ୪୦ରୁ ୫୦ କିମି ବେଗରେ ପବନ ବହିବା ଆଶଙ୍କା

ଭୁବନେଶ୍ୱର : ମାତ୍ର ୩ ଦିନର ବ୍ୟବଧାନ ପରେ ୨୬ ତାରିଖରୁ ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବାକୁ ଯାଉଛି। ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛଇ। ଏପରିକି କେତେକ ସ୍ଥାନରେ କୁଆପଥର ମାଡ଼ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୁଲେଟିନ୍‌‌ ଅନୁଯାୟୀ ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧାରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୪୦ରୁ ୫୦ କିଲୋମିଟର ବେଗ ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।

ଅପରପକ୍ଷେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତିରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହାଛଡ଼ା ରାଜ୍ୟର ବାକି ସମସ୍ତ ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ ଆସନ୍ତା ୩୦ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ଭାରତକୁ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବିତ କରିବ।ପରେ ୩୦ ତାରିଖରେ ସୃଷ୍ଟି ହେବ ଆଉ ଏକ ପଶ୍ଚିମା ଝଡ । ଯାହାର ପ୍ରଭାବ ଏପ୍ରିଲ ୨ ପର୍ୟ୍ୟନ୍ତ ଉପକୂଳ ଓ ଉତର ଓଡ଼ିଶାରେ ଦେଖିବାକୁ ମିଳିବ ।

Leave A Reply

Your email address will not be published.