ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଲାଗିରହିବ କାଳବୈଶାଖିର ତାଣ୍ଡବ, ୨୩ରୁ ଆସୁଛି ଆଉ ଏକ ପଶ୍ଚିମା ଝଡ

ଭୁବନେଶ୍ବର : ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ବର୍ଷାରୁ ନିସ୍ତାର ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ପ୍ରଚଣ୍ଡ ଘଡଘଡି ବିଜୁଳି ସହ କୁଆପଥର ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା, କଟକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ସମ୍ବଲପୁର ଏବଂ ଦେବଗଡ । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିପରି ହାଲୁକାରୁ ମଧ୍ୟମଧରଣର ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୩ ତାରିଖରେ ଆସୁଛି ଆଉ ଏକ ପଶ୍ଚିମା ଝଡ । ଏହାର ପ୍ରଭାବରେ ଲାଗିରହିବ କାଳବୈଶାଖୀର ତାଣ୍ଡବ । ୨୫ ଯାଏଁ ସାରା ରାଜ୍ୟରେ ବର୍ଷା ଜାରି ରହିବ । ମଧ୍ୟାହ୍ନରେ ତାପମାତ୍ରା ବଢିଲେ ବି ଅପରାହ୍ନରେ ହେବ ବର୍ଷା । କାଲିଠାରୁ ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ବୃଦ୍ଧି ପାଇବ । ଗତ ୨୪ ଘଣ୍ଟା ମଧ୍ୟରେ ସୋନପୁରରେ ସର୍ବାଧିକ ୩୩.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଖୋର୍ଦ୍ଧା, କଟକ, ଯାଜପୁର, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, କୋରାପୁଟରେ କୁଆପଥର ବୃଷ୍ଟି ହୋଇଛି ।

୨୩ରୁ ଆଉ ଏକ ପଶ୍ଚିମା ଝଡ

ରାଜ୍ୟରେ ଆସନ୍ତା ୨୫ ଯାଏଁ ବର୍ଷା ଜାରି ରହିବ। ୨୩ ତାରିଖରୁ ଆଉ ଏକ ପଶ୍ଚିମା ଝଡ ଆସୁଛି। ଯାହା ଫଳରେ ବର୍ଷା ଲାଗି ରହିବ। ମଧ୍ୟାହ୍ନରେ ତାପମାତ୍ରା ବଢିଲେ ବି ଅପରାହ୍ନ କାଳବୈଶାଖିର ତାଣ୍ଡବ ଲାଗିରହିବ। ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ଏହା ପରେ ରାଜ୍ୟରେ ଖରା ବଢିବା ସହ ଗରମ ମଧ୍ୟ ବଢିବ ।

ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ । ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ମୟୂରଭଂଜ କପ୍ତିପଦାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଯାଜପୁର ଓ ଭୁବନେଶ୍ୱର ସମେତ ଗୁଣପୁର, ଟିଟିଲାଗଡ଼, ବଲାଙ୍ଗୀର, କଟକରେ ବର୍ଷା ସହ କୁଆପଥର ମାଡ ହୋଇଛି ।

Leave A Reply

Your email address will not be published.