ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୫ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ଜାରି ରହିଛି। ଶନିବାର ଢେଙ୍କାନାଳ, ଯାଜପୁର, ଭଦ୍ରକ, ଅନୁଗୁଳ ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିବା ବେଳେ କୋରାପୁଟ, ରାୟଗଡ଼଼ା, କନ୍ଧମାଳ, ଗଜପତି ଏବଂ ନୂଆପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି। ରବିବାର କାଳବୈଶାଖୀର ପ୍ରକୋପ ଅଧିକ ରହିବାର ଆଶଙ୍କା କରାଯାଇଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଏହାର ସର୍ବାଧିକ ପ୍ରଭାବ ରହିଥିବାରୁ ପାଣିପାଗ କେନ୍ଦ୍ର ଏହି ୫ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାକୁ ନ ଥିବା ବେଳେ କାଳବୈଶାଖୀ ଜନିତ ସ୍ଥିତି ଜାରି ରହିବ। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟର ୯ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଛି। ବୌଦ୍ଧ ଓ ବଲାଙ୍ଗୀରେ ତାପମାତ୍ରା ୪୧.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଏହି ଦୁଇ ସହର ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଛନ୍ତି। ସେହିପରି ଝାରସୁଗୁଡ଼ା ୪୧.୪, ଟିଟଲଗାଡ଼ ଓ ଓ ବାରିପଦାରେ ୪୧ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆଉ ୪ ଜିଲ୍ଲାରେ ତାପମାତ୍ରା ୪୦ ଉପରେ ରହିଛି। ଅନ୍ୟପଟେ ରବିବାର କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ସତର୍କ କରାଇବା ପରେ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସଆରସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ଏହା ସହିତ ବର୍ଷା ଓ ବଜ୍ରପାତ ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି।

Leave A Reply

Your email address will not be published.