ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା, ୧୩ ଜିଲ୍ଲାରେ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର : ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୩ଟି ବଜ୍ରପାତ, ବର୍ଷା ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପବନ ଅଧିକ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିପାରେ।

ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ଏବଂ ଏହା ୨-୩ ଡିଗ୍ରି ସେଲସିୟସ ହ୍ରାସ ପାଇବ। ତେବେ, ପରବର୍ତ୍ତୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ତାପମାତ୍ରା ୨-୩ ଡିଗ୍ରି ସେଲସିୟସ ପର୍ୟ୍ୟନ୍ତ ବୃଦ୍ଧି ପାଇବ। ଅପ୍ରେଲ ୨୪ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ୪୦ଡିଗ୍ରି ସେଲସିୟସରୁ ଅଧିକା ରହିବା ସହ ସ୍ୱାଭାବିକ ଠାରୁ ୨-୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ।

ଉପକୂଳ ଅଞ୍ଚଳରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହୁଥିବାରୁ ତାତି ସାମାନ୍ୟ କମ୍‌ ଅନୁଭୂତ ହେଉଛି। କିନ୍ତୁ ଗୁଳିଗୁଳି ସ୍ଥିତିକୁ ଅଧିକ ସଙ୍ଗୀନ କରୁଛି। ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ଏହି ଗୁଳିଗୁଳି ଲାଗିରହିବ। କାଳବୈଶାଖୀ ପରେ ସେଥିରୁ ସାମାନ୍ୟ ନିସ୍ତାର ମିଳିବ। ପରବର୍ତ୍ତୀ ସମୟରେ ଯଦି ସାମୁଦ୍ରିକ ବାୟୂର ପ୍ରଭାବ ରହିଲା ପୁଣି ଗୁଳିଗୁଳି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

Leave A Reply

Your email address will not be published.